୧ କରିନ୍ଥୀୟ 3

ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

1 Corinthians 3:1 (UKJV) And I, brethren, could not speak unto you as unto spiritual, but as unto carnal, even as unto babes in Christ.

1ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

2ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,

3ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.