୧ କରିନ୍ଥୀୟ 3

କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।

1 Corinthians 3:11 (UKJV) For other foundation can no man lay than that is laid, which is Jesus Christ.

9କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।

10ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ।

11କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।

12କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ,

13ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.