୧ କରିନ୍ଥୀୟ 3

ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;

1 Corinthians 3:16 (UKJV) Know all of you not that all of you are the temple of God, and that the Spirit of God dwells in you?

14ଯେ ଯାହା ନିର୍ମାଣ କରିଅଛି, ତାହାର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;

15ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ।

16ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;

17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।

18କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.