୧ କରିନ୍ଥୀୟ 3

କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”

1 Corinthians 3:19 (UKJV) For the wisdom of this world is foolishness with God. For it is written, He takes the wise in their own craftiness.

17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।

18କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।

19କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”

20ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”

21ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.