18କେହି ଆପଣାକୁ ପ୍ରବଞ୍ଚନା ନ କରୁ। ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇପାରେ, ଏଥିପାଇଁ ସେ ମୂର୍ଖ ହେଉ।
19କାରଣ ଏହି ଜଗତର ଜ୍ଞାନ ଈଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
20ପୁନଶ୍ଚ, “ଜ୍ଞାନୀମାନଙ୍କର ତର୍କବିତର୍କ ଅସାର ବୋଲି ପ୍ରଭୁ ଜାଣନ୍ତି।”
21ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
22କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର ପାଉଲ କୁହ କି ଆପଲ୍ଲ କୁହ କି କୈଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,