3ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?
4ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?
5ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।
6ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।
7ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।