୧ କରିନ୍ଥୀୟ 3

ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।

1 Corinthians 3:7 (UKJV) So then neither is he that plants any thing, neither he that waters; but God that gives the increase.

5ଆପଲ୍ଲ କିଏ? ପାଉଲ ବା କିଏ? ସେମାନେ ତ ସେବକ ମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।

6ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ବର ବୃଦ୍ଧି ସାଧନ କରିଅଛନ୍ତି।

7ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।

8ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।

9କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.