9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।