14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।
15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।
16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।
17ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
18ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।