୧ କରିନ୍ଥୀୟ 4

ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।

1 Corinthians 4:18 (UKJV) Now some are puffed up, as though I would not come to you.

16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।

17ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।

18ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।

19କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!

20କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.