1ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
2ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
3କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।
4କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।