4କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।
5ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
6ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
7କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?
8ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।