୧ କରିନ୍ଥୀୟ 5

ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।

1 Corinthians 5:1 (UKJV) It is reported commonly that there is fornication among you, and such fornication as is not so much as named among the Gentiles, that one should have his father's wife.

1ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।

2ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?

3କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.