୧ କରିନ୍ଥୀୟ 5

କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?

1 Corinthians 5:12 (UKJV) For what have I to do to judge them also that are without? do not all of you judge them that are within?

10ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;

11କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।

12କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ?

13କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.