୧ କରିନ୍ଥୀୟ 5

ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?

1 Corinthians 5:2 (UKJV) And all of you are puffed up, and have not rather mourned, that he that has done this deed might be taken away from among you.

1ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।

2ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?

3କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,

4ଅର୍ଥାତ୍‍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.