4ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
5ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।
6ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ?
7ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
8ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।