୧ କରିନ୍ଥୀୟ 5

ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;

1 Corinthians 5:9 (UKJV) I wrote unto you in an epistle not to company with fornicators:

7ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍‍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।

8ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।

9ବ୍ୟଭିଚାରୀମାନଙ୍କ ସହିତ ସମ୍ପର୍କ ନ ରଖିବା ପାଇଁ ମୁଁ ତୁମ୍ଭମାନଙ୍କୁ ମୋହର ପତ୍ରରେ ଲେଖିଥିଲି;

10ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;

11କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.