୧ କରିନ୍ଥୀୟ 6

ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?

1 Corinthians 6:1 (UKJV) Dare any of you, having a matter against another, go to law before the unjust, and not before the saints?

1ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?

2ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?

3ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.