୧ କରିନ୍ଥୀୟ 6

କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।

1 Corinthians 6:10 (UKJV) Nor thieves, nor covetous, nor drunkards, nor revilers, nor extortionists, shall inherit the kingdom of God.

8କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ।

9ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ

10କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।

11ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।

12ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.