11ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
12ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
13ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
14ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।
15ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।