15ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।
16କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
17କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
18ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
19ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;