୧ କରିନ୍ଥୀୟ 6

ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

1 Corinthians 6:3 (UKJV) Know all of you not that we shall judge angels? how much more things that pertain to this life?

1ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?

2ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?

3ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

4ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?

5ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.