5ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
6ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!
7ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
8କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ।
9ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ