11(କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।
12କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।
13ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ।
14କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।
15ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।