୧ କରିନ୍ଥୀୟ 7

କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।

1 Corinthians 7:17 (UKJV) But as God has distributed to every man, as the Lord has called every one, so let him walk. And so ordain I in all churches.

15ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।

16ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?

17କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।

18କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ।

19ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.