17କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।
18କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ।
19ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।
20ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।
21ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର।