22କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।
23ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ।
24ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।
25କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
26ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ।