27ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ।
28କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।
29କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
30ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
31ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।