29କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
30ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
31ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
32କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
33କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ।