30ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
31ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
32କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
33କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ।
34ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।