୧ କରିନ୍ଥୀୟ 7

ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।

1 Corinthians 7:35 (UKJV) And this I speak for your own profit; not that I may cast a snare upon you, but for that which is comely, and that all of you may attend upon the Lord without distraction.

33କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ।

34ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।

35ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।

36କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍‌ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।

37କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.