34ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।
35ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।
36କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।
37କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ।
38ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।