36କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।
37କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ।
38ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।
39ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ।
40କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।