2କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
3ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ।
4ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
5ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
6କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।