6କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।
7ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି।
8କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।
9ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
10କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ,