2ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
3କିନ୍ତୁ ଯଦି କେହି ଈଶ୍ବରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ।
4ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।
5କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କୁହାଯାଏ, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି),
6ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।