୧ କରିନ୍ଥୀୟ 8

କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।

1 Corinthians 8:8 (UKJV) But food commends us not to God: for neither, if we eat, are we the better; neither, if we eat not, are we the worse.

6ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ବର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।

7ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।

8କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।

9କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।

10କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.