7ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।
8କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ।
9କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।
10କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?
11ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।