1ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?
2ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।
3ମୋହର ସମାଲୋଚକମାନଙ୍କୁ ମୋହର ଉତ୍ତର ଏହି।