୧ କରିନ୍ଥୀୟ 9

ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।

1 Corinthians 9:14 (UKJV) Even so has the Lord ordained that they which preach the gospel should live of the gospel.

12ଯଦି ଅନ୍ୟମାନେ ତୁମ୍ଭମାନଙ୍କ ଅଂଶାଧିକାରୀ ଅଟନ୍ତି, ତେବେ ଆମ୍ଭେମାନେ କଅଣ ଆହୁରି ଅଧିକ ନୋହୁଁ? ତଥାପି ଆମ୍ଭେମାନେ ସେହି ଅଧିକାର ବ୍ୟବହାର କରି ନାହୁଁ; କିନ୍ତୁ ଯେପରି ଆମ୍ଭେମାନେ ଖ୍ରୀଷ୍ଟଙ୍କ ସୁସମାଚାରର କୌଣସି ବାଧା ନ ଜନ୍ମାଉ, ଏଥିପାଇଁ ସମସ୍ତ ସହ୍ୟ କରୁଅଛୁ।

13ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?

14ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି।

15କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।

16କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.