15କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।
16କାରଣ ମୁଁ ଯଦି ସୁସମାଚାର ପ୍ରଚାର କରେ, ସେଥିରେ ମୋହର ଦର୍ପ କରିବାର କିଛି ନାହିଁ, ଯେଣୁ ତାହା କରିବା ନିମନ୍ତେ ମୁଁ ବାଧ୍ୟ; ଆଉ ଯଦି ମୁଁ ସୁସମାଚାର ପ୍ରଚାର ନ କରେ, ତେବେ ହାୟ, ମୁଁ ଦଣ୍ଡର ପାତ୍ର।
17କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।
18ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।
19କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।