୧ କରିନ୍ଥୀୟ 9

ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।

1 Corinthians 9:23 (UKJV) And this I do for the gospel's sake, that I might be partaker thereof with you.

21ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।

22ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।

23ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।

24ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।

25ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.