୧ କରିନ୍ଥୀୟ 9

ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।

1 Corinthians 9:25 (UKJV) And every man that strives for the mastery is temperate in all things. Now they do it to obtain a corruptible crown; but we an incorruptible.

23ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।

24ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।

25ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।

26ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।

27ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.