4ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
5ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
6କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
7କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
8ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?