6କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
7କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
8ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?
9କାରଣ ମୋଶାଙ୍କ ବ୍ୟବସ୍ଥାରେ ଏହା ଲେଖାଅଛି, “ବେଙ୍ଗଳାରେ ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ଈଶ୍ବର କଅଣ ବଳଦ ବିଷୟରେ ଚିନ୍ତା କରନ୍ତି?
10ସେ କଅଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ୍, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତାହାର ବେଙ୍ଗଳା ପକାଇବା ଉଚିତ୍।