1ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
2ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।
3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।