3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
7କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।