୧ ଯୋହନ 2

ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।

1 John 2:1 (UKJV) My little children, these things write I unto you, that all of you sin not. And if any man sin, we have an advocate with the Father, Jesus Christ the righteous:

1ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।

2ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।

3ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.