9ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
10ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
11କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।
12ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।
13ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।