14ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
15ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;
16କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
17ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
18ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।